ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର : ଯୁଦ୍ଧ ତଥା ଉଗ୍ର ବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦେଶ ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀ ରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି । ପ୍ରାଥମିକ ଭାବରେ ଏହି ସହାୟତା ରାଶି ୧ଲକ୍ଷ ଟଙ୍କା ଥିବାବେଳେ ୨୦୧୦ ଓ ୨୦୧୨ ରେ ଏହାକୁ ଯଥା କ୍ରମେ ୨ ଲକ୍ଷ, ଓ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା।
