ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତି ର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି .
ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା । ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ । ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି ।
