ରାଜ୍ୟରେ ତଳ-ଉପର ହେଉଛି କରୋନା ସଂକ୍ରମଣ, ଆଉ ୭ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ରହିଛି । ତେବେ ଦୈନିକ ସଂକ୍ରମଣ ସଂଖ୍ୟା ତଳ-ଉପର ହେବାରେ ଲାଗିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଓ ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ଥିବା ବେଳେ ବାଲେଶ୍ୱର ଜିଲାରୁ ଜଣେ, କଟକରୁ ଜଣେ, ଖୋର୍ଦ୍ଧାରୁ ଜଣେ ଲେଖାଏଁ ରହିଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ କୋଭିଡ୍ ମାମଲା ୧୨, ୮୮,୩୧୧କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ ଜରିଆରେ ଏହି ତଥ୍ୟ ପ୍ରଦାନ କରିଛି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୮,୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୭୯,୦୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୧୫,୪୨,୮୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।
