ଦେଶରେ ଉପର ତଳ କରୋନା ଗ୍ରାଫ୍! ଆଉ ୨୨୦୨ କରୋନା ସଂକ୍ରମିତ ଓ ୨୭ ମୃତ
ନୂଆଦିଲ୍ଲୀ : ଦେଶରେ ପୁଣି କାୟା ମେଳାଉଛି କରୋନା ସଂକ୍ରମଣ। ଦୈନିକ କରୋନା ସଂକ୍ରମଣ କିଛିଦିନ ଧରି କମିବା ପରେ ଏବେ ବଢିବା ଆରମ୍ଭ କରିଛି । ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ବଢି ଚାଲିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୦ ଟପିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟାରେ ୨୨୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨,୫୫୦ ସୁସ୍ଥ ହୋଇଥିବା ବେଳେ ଆଉ ୨୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୭୩୧୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୮୨ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୨୪୧ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଅନ୍ୟପକ୍ଷରେ ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
