ଅଟୋକୁ ପିଟିଲା ଟ୍ରକ, ୬ ଆହତ
କନ୍ଧମାଳ : କନ୍ଧମାଳ ଜିଲା ଫିରିଙ୍ଗିଆ ମାଝିପଡ଼ା ଘାଟିରେ ଅଟୋକୁ ପିଟିଲା ଟ୍ରକ । ଏଥିରେ ୩ ଅଙ୍ଗନବାଡି କର୍ମୀଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ତେବେ ଆହତଙ୍କୁ ପ୍ରଥମେ ଫିରିଙ୍ଗିଆ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଫୁଲବାଣୀ ସଦର ମହକୁମା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକଟି ଏକ ସଂସ୍ଥାର ବୋଲି କୁହାଯାଉଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫିରିଙ୍ଗିଆ ଥାନାରେ ଆତ୍ମସମର୍ପଣ କରିଛି । ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ପି.ଶ୍ୟାମ ସୁନ୍ଦର ରାଓ ସୂଚନା ଦେଇଛନ୍ତି ।
