କ୍ୟାମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୯ ମୃତ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ହାପୁଡ଼ସ୍ଥିତ କ୍ୟାମିକାଲ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଏଠାରେ ବଏଲର ଫାଟିବା ଯୋଗୁ ୯ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିଛି ଲୋକ ଏବେ ବି ଫ୍ୟାକ୍ଟ୍ରିରେ ମହଜୁଦ ଥିବା ନେଇ ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗର ଅନେକ ଗାଡ଼ି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଉକ୍ତ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ଦୁଃଖ ବ୍ୟକ୍ତ କରାଯାଇଛି ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟ୍ୱିଟ୍ କରି ଦୁଃଖ ବ୍ୟକ୍ତ କରିବା ସହ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଆଦେଶ ଦେଇଛନ୍ତି । ଏଥିସହିତ ମୃତକଙ୍କ ପରିବାରକୁ ଯଥାସମ୍ଭବ ସାହଯ୍ୟ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ଯାଞ୍ଚ ବିଶେଷଜ୍ଞଙ୍କ ଦ୍ୱାରା କରାଇବାକୁ ମଧ୍ୟ ଯୋଗୀ ଆଦେଶ ଦେଇଛନ୍ତି ।
