ରାଜ୍ୟରେ କରୋନାର କାୟା ବିସ୍ତାର ! ଆଉ ୨୩୧ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନାର କାୟା ବିସ୍ତାର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୯୦, ୧୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
7. Jajpur: 2
— I & PR Department, Odisha (@IPR_Odisha) July 2, 2022
8. Jharsuguda: 1
9. Kalahandi: 1
10. Khurda: 99
11. Malkangiri: 1
12. Mayurbhanj: 1
13. Nuapada: 8
14. Puri: 5
15. Rayagada: 1
16. Sambalpur: 10
17. Sonepur: 6
18. Sundargarh: 12
19. State Pool: 25
ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୯, କଟକରୁ ୩୫, ବାଲେଶ୍ଵରରୁ ୧୩, ସୁନ୍ଦରଗଡ଼ରୁ ୧୨, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ସୋନପୁରରୁ ୬, ପୁରୀରୁ ୫, ଭଦ୍ରକରୁ ୫, ଦେବଗଡ଼ରୁ ୩, ଜଗତସିଂହପୁର ଓ ଯାଜପୁରରୁ ୨ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, ମାଲକାନଗିରି, ମୟୂରଭଞ୍ଜ, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟ ପୁଲରୁ ୨୫ ମାମଲା ରିପୋର୍ଟ ହୋଇଛି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୯୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୧୧୧୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।
