କେନ୍ଦ୍ରାପଡ଼ାରେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ
କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ l ଗୁରୁବାର ପୂର୍ବାହ୍ନରେ କେନ୍ଦ୍ରାପଡା ଜିଲା ମୁଖ୍ୟାଳୟରେ ପହଞ୍ଚି ଡିଆରଡିଏ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ l ବନ୍ୟାଞ୍ଚଳରେ ପାନୀୟଜଳ ଯୋଗାଣ, ସ୍ୱାସ୍ଥ୍ୟ ସେବା ଏବଂ ରିଲିଫ୍ ପରିଚାଳନା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ l
ବୈଠକ ପରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ମାର୍ଶାଘାଇ, ଡେରାବିଶ, ଗରଦପୁର ବ୍ଲକର ବନ୍ଯା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ l ଅନ୍ୟମାନଙ୍କ ମଧ୍ୟରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ଜେନାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ l
