ପୁଞ୍ଚ ଦୁର୍ଘଟଣା : ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଞ୍ଚରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି; “ପୁଞ୍ଚରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣହାନୀ ଦୁଃଖ ଦାୟକ ଅଟେ । ମୋର ଚିନ୍ତାଧାରା ସେମାନଙ୍କ ସହ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍ ରୁ ୨ଲକ୍ଷ ଟଙ୍କା କରି ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ” ।
