ଆଜିର ପେଟ୍ରୋଲ-ଡିଜେଲ ଦର ଜାରି ; ତେଲ ପକାଇବା ପୂର୍ବରୁ ଚେକ କରନ୍ତୁ ରେଟ୍
ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି ଅର୍ଥାତ ସେପ୍ଟେମ୍ୱର ୧୬ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଶୁକ୍ରବାର ଲଗାତର ୧୧୬ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପକ୍ଷେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୯୦.୮୫ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୫.୦୫ ଡଲାରକୁ ପହଞ୍ଚିଛି ।
ଇଣ୍ଡିଆନ ଅଏଲ କୋର୍ପୋରେଶନ (ଆଇଓସି) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଅନ୍ୟପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି ।
ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୩.୧୯ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା ।
ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୪ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୮ ଟଙ୍କା ଥିଲା ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍ :
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆରଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ : https://iocl.com/Products/PetrolDieselPrices.aspx
ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।
