ରାଜ୍ୟରେ ଆଉ ୨୦୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୭ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ନୂଆ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ, ବାଲେଶ୍ୱରରୁ ୪ଜଣ, ବରଗଡ଼ରୁ ୧୦ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୩ଜଣ, କଟକରୁ ୧୧ଜଣ, ଦେଓଗଡ଼ର ଜଣେ, ଗଜପତିରୁ ୪ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୫ଜଣ, କେନ୍ଦ୍ରାପଡ଼ାରୁ ୬ଜଣ, କେନ୍ଦୁଝରରୁ ୭ଜଣ, ଖୋର୍ଦ୍ଧାରୁ ୩୧ଜଣ, ମୟୁରଭଞ୍ଜରୁ ୧୦ଜଣ, ନବରଙ୍ଗପୁରରୁ ୧୧ଜଣ, ନୟାଗଡ଼ରୁ ୭ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୪ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୧୭ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୪୧ଜଣ ଓ ରାଜ୍ୟ ପୁଲ୍ରୁ ୬ଜଣ ରହିଛନ୍ତି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୨୦୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୮୬୯୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।
