ଦେଶରେ ଆଉ ୨୧୩୯ କରୋନା ନୂଆ ସଂକ୍ରମିତ
ନୂଆଦିଲ୍ଲୀ : ଦେଶରେ କରୋନାର ନୁଆ ମାମଲା ଅଳ୍ପ କମିବାର ଲକ୍ଷ୍ୟ କରାଯାଉଛି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ପୁରା ଦେଶରେ ସମୁଦାୟ ୨ ହଜାର ୧୩୯ ଜଣ ନୂଆ ରୋଗୀ ସାମନାକୁ ଆସିଥିବା ବେଳେ ଏହି ସମୟ ମଧ୍ୟରେ କରୋନାରୁ ଆରୋଗ୍ୟ ହୋଇ ଫେରିଥିବା ଲୋକଙ୍କ ସଂଖ୍ୟା ୩,୨୦୮ ଜଣ ରେକର୍ଡକୁ ଆସିଛି ।
କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମୁତାବକ ବୁଧବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୪୦ ଲକ୍ଷ ୬୩ ହଜାର ୪୦୬ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । କରୋନାର ରିକଭରି ରେଟ ୯୮.୭୬ ପ୍ରତିଶତ ଅଛି । ଦେଶରେ ଆକ୍ଟିଭ ରୋଗୀଙ୍କ ସଂଖ୍ୟା ଆଜିସୁଦ୍ଧା ସମୁଦାୟ ୨୬ ହଜାର ୨୯୨ ରେ ପହଂଚିଛି । ପ୍ରତିଦିନ ସଂକ୍ରମଣ ଦର ୦.୮୧ ପ୍ରତିଶତ ଅଛି । ଗତ ୨୪ ଘଂଟାରେ ୨ ଲକ୍ଷ ୬୪ ହଜାର ଟେଷ୍ଟ କରାଯାଇଛି । ଆଇସିଏମ୍ଆରଙ୍କ ରିପୋର୍ଟ ଅନୁସାରେ ବୁଧବାର ସୁଦ୍ଧା ୮୯.୭୬ କୋଟିରୁ ଅଧିକ ଟେଷ୍ଟ କରାଯାଇଛି ।
