ରାଜ୍ୟରେ ୫୦ ତଳେ ଦୈନିକ କରୋନା ସଂକ୍ରମଣ, ଆଉ ୪୧ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ଜାରି ରହିଛି । ଆଜି ଦୈନିକ କରୋନା ସଂକ୍ରମଣ ୫୦ ତଳେ ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲାରୁ ଆଉ ୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 26th Oct
— I & PR Department, Odisha (@IPR_Odisha) October 27, 2022
New Positive Cases: 41
Of which 0-18 years: 5
In quarantine: 24
Local contacts: 17
(Details of local contacts will be shared by concerned District)
1. Balasore: 1
2. Bargarh: 1
3. Balangir: 1
4. Cuttack: 8
5. Jagatsinghpur: 1
6. Kalahandi: 2
ଚିହ୍ନଟ ନୂଆ ସଂକ୍ରାମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ଜଣେ ଥିବାବେଳେ ବରଗଡରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୮ ଜଣ, ଜଗତସିଂହପୁରରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୭ ଜଣ, ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୩୬,୦୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩,୨୬,୪୧୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୮,୦୪,୨୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
