ଦେଶରେ ଆଉ ୧,୧୧୨ କରୋନା ସଂକ୍ରମିତ ଓ ଜଣେ ମୃତ
ନୂଆଦିଲ୍ଲୀ : ଦେଶରେ ଦୈନିକ କୋଭିଡ୍ ସଂକ୍ରମଣ ଗୁରୁବାର ପୁଣି ବୃଦ୍ଧି ପାଇ ୧୦୦୦ ଟପିଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୧୧୨ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୬,୮୮୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୮୭ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୯୭,୦୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୨୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୫୮,୮୪,୭୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୪,୪୯୧ଟି ନମୁନା।
