କେନ୍ଦୁଝରରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଶପଥ ପାଠ
କେନ୍ଦୁଝର : ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ଭାରତରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ ଅବସରରେ ତା ୩୧.୧୦.୨୦୨୨ରିଖ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଏକତା ସଂପର୍କିତ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଦରବାର ହଲଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସୁଷମା ବିଲୁଙ୍ଗ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଯଦୁମଣି ମହଲା, ଆଇ.ଏ.ଏସ୍. ପ୍ରୋବେସନର୍ ଧିମେନ୍ ଚକମା ଅଧିକାରୀ ଓ କର୍ମଚାରୀଙ୍କୁ ରାଷ୍ଟ୍ରୀୟ ଏକତା ଦିବସ ସଂପର୍କରେ ଉଦ୍ବୋଧନ ଦେଇ ଶପଥ ପାଠ କରାଇଥିଲେ । ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ କର୍ମଚାରୀମାନେ ଶପଥ ନେଇଥିଲେ । ଉପନିର୍ଦ୍ଦେଶକ, ସୂଚନା ଓ ଲୋକ ସଂପର୍କ, କେନ୍ଦୁଝର ସଞ୍ଜିବ ବାରିକ ପ୍ରାରମ୍ଭରେ ରାଷ୍ଟ୍ରୀୟ ଏକତା ଦିବସ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିବା ସହ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ଉପବିଭାଗ/ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।
