ଆଜିର ଭାଗ୍ୟଫଳ (ମଙ୍ଗଳବାର, ୦୧/୧୧/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ…..
ଆଜି ୨୦୨୨ ନଭେମ୍ବର ୧ତାରିଖ । ମଙ୍ଗଳବାର । ତୁଳାମାସ ୧୬ଦିନ । କାର୍ତ୍ତିକମାସ ଶୁକ୍ଳପକ୍ଷ। ଅଷ୍ଟମୀ ତିଥି। ଶ୍ରବଣା ନକ୍ଷତ୍ର । ମକର ରାଶିରେ ଚନ୍ଦ୍ର । ଶୂଳ ଯୋଗ ଦିବା ୧ଟା ୧୪ମିନିଟ୍ ପରେ ଗଣ୍ଡ ଯୋଗ । ବିଷ୍ଟି କରଣ ଦିବା ୧୨ଟା ୭ମିନିଟ୍ ପରେ ବବ କରଣ । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ରାତି ୧୧ଟା ୪ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୧୧ଟା ୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ୨ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ର ୮ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୨ମିନିଟ୍ ରୁ ୬ଟା ୩୫ମିନିଟ୍, ସକାଳ ୮ଟା ୪୧ମିନିଟ୍ ରୁ ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୯ମିନିଟ୍ ରୁ ୬ଟା ୪୩ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ୮ଟା ୩୧ମିନିଟ୍, ରାତ୍ର ୯ଟା ୨୪ମିନିଟ୍ ରୁ ୧୧ଟା ୫୪ମିନିଟ୍, ରାତ୍ର ୧ଟା ୩୮ମିନିଟ୍ ରୁ ୩ଟା ୧୮ମିନିଟ୍, ରାତ୍ର ୪ଟା ୧୧ମିନିଟ୍ ରୁ ୫ଟା ୫୦ମିନିଟ୍ । ପର୍ବଦିନ- ଗୋଷ୍ଠାଷ୍ଟମୀ, ଜଗମୋହନ ଭୋଗ ।
ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ନୂଆ ଯୋଜନାରେ ସଫଳହେବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ବୃଷ:-ସକ୍ରିୟ ହୋଇ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରିଲେ ସଫଳତା ମିଳିବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବା ସହ ଆୟ ମଧ୍ୟ ଉତ୍ତମ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହୋଇ ଶାନ୍ତି ବିରାଜମାନ କରିବ । କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ନାନା ସମସ୍ୟାର ସମ୍ମୁଖୀନ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କର୍କଟ:-ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ପ୍ରତିକାର- ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ସିଂହ:-ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରି ପାରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ବ୍ୟବସାୟରେ କଠିନ ପରିଶ୍ରମ କଲେ ଆର୍ଥିକ ସ୍ଥିତି ମନ୍ଦ ହେବ ନାହିଁ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ । ପୁରାତନ ରୋଗର ଉପସମ ହେବା ସହ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟରେ ବିଶେଷ ଲାଭାନ୍ଵିତ ହେବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ମକର:-କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧନର ଆଗମନ ହୋଇପାରେ । ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି । ସାବଧାନ ରୁହନ୍ତୁ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମୀନ:-ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ଜାଗା, ଜମି ବ୍ୟବସାୟ ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।
