ଆଜିର ଭାଗ୍ୟଫଳ (ଗୁରୁବାର, ୧୦/୧୧/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ।
ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ନଭେମ୍ବର ୫ ହେଉଛି ଶନିବାର । ଶନିବାର ପବନ ପୁତ୍ର ହନୁମାନ ଓ ଶନି ଦେବଙ୍କ ପୂଜାର୍ଚ୍ଚନା କରାଯାଏ । ଏହି ଦିନ ହନୁମାନ ଓ ଶନି ଦେବଙ୍କୁ ବିଧି ବଧାନ ଅନୁସାରେ ପୂଜା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ମେଷ
ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।
ବୃଷ
ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳପାଇବେ ।
ମିଥୁନ
ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ସାହାଯ୍ୟ ମିଳି ପାରେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେବାକୁବାକୁ ପଡ଼ିପାରେ।
କର୍କଟ
ଆଜି ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ। ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବା ଉଚିତ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।
ସିଂହ
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ।
କନ୍ୟା
ଆଜି ଆକସ୍ମିକ ଆର୍ଥଖର୍ଚ୍ଚ ହୋଇପାରେ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।
ତୁଳା
ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।
ବିଚ୍ଛା
ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।
ଧନୁ
ଆଜି ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ଆବଶ୍ୟକ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ।
ମକର
ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।
କୁମ୍ଭ
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।
ମୀନ
ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
