କଂଗ୍ରେସ ପକ୍ଷରୁ ନେହେରୁ ଜୟନ୍ତୀ ପାଳିତ
ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କର ପବିତ୍ର ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ କଂଗ୍ରେସ ନେତୃବୃନ୍ଦ ସକାଳେ ମାଷ୍ଟରକ୍ୟାଂଟିନ ଛକ ନେହେରୁ ପାର୍କ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ନେହେରୁଜୀଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ପ୍ରସାଦ ହରିଚନ୍ଦନ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ଡ. ଲଲାଟେନ୍ଦୁ ମହାପାତ୍ର, ଚିନ୍ମୟ ସୁନ୍ଦର ଦାସ, ଅମିୟ କୁମାର ପଟ୍ଟନାୟକ, ରସିକ ପଟ୍ଟନାୟକ, ରଜନୀ ମହାନ୍ତି, ଲିଙ୍ଗରାଜ ସାହୁ, ମାନସ ଆଚାର୍ଯ୍ୟ, ଆଲୋକ ମହାନ୍ତି, ସଂଜୟ ମିଶ୍ର, ସଂକୁନା କହଁର, ପ୍ରମୁଖ ବହୁ କଂଗ୍ରେସ କର୍ମୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।
