ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୨.୦ ଡ଼ିଗ୍ରୀ
ଭୁବନେଶ୍ୱର : ଆଜି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୨.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଫୁଲବାଣୀରେ ୧୨.୨ ରହିଛି । ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୨୯.୩ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୯.୯ ଡ଼ିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି କଟକରେ ସର୍ବୋଚ୍ଚ ତାପମାତ୍ରା ୨୮.୬ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୯.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
