ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଗଞ୍ଜାମ : ଗଞ୍ଜାମ ଜିଲା ଚିକିଟି ନିକଟସ୍ଥ ବାଳକୁମାରୀ ପୀଠ ନିକଟ ଏକ ଗଛରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ରହିଥିବା ଗତକାଲି ସଂନ୍ଧ୍ୟାରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ସେମାନେ ଏ ସମ୍ପର୍କରେ କେ. ନୂଆଗାଁ ଥାନାକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ଆଜି ସକାଳେ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡ଼ିକାଲକୁ ପଠାଇଛି । ଥାନାରେ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
