ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା!
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲାଗୁଡ଼ିକୁ ମଧ୍ୟ ୟେଲୋ ୱା।ର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ଶୁକ୍ରବାର ଓ ଶନିବାର ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏନେଇ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୩୯.୦ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ତାପମାତ୍ରା ରହିଛି।
