୧୬ ହଜାର ୮୦୦ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଭୁବନେଶ୍ୱର : ଶୁକ୍ରବାର ବିଧାନସଭାର ଶୀତକାଳୀନ ଅଧିବେଶନରେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଯାଇଛି । ଗୃହରେ ୨୦୨୨-୨୩ ଆର୍ଥକ ବର୍ଷ ପାଇଁ ୧୬ ହଜାର ୮୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପାଇଁ ବ୍ୟୟ ବରାଦ ହୋଇଥିଲା । ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ଅନୁପସ୍ଥିତିରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି । ଅର୍ଥ ମନ୍ତ୍ରୀ ନୀରାଞ୍ଜନ ପୂଜାରୀଙ୍କ ଅନୁପସ୍ଥିତିରେ ପଞ୍ଚାୟତ ରାଜ ମନ୍ତ୍ରୀ ପ୍ରଦୀପ ଅମାତ ବ୍ୟୟ ମଞ୍ଜୁରୀ ବିଲ ଉପସ୍ଥାପିତ କରିଛନ୍ତି ।
