ଦୁମୁକା ପଞ୍ଚାୟତ ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ମାର୍ଶାଘାଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଏ ସଂକ୍ରାନ୍ତରେ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି ।
