ଆସନ୍ତାକାଲି ମଧ୍ୟ ରାତ୍ରିରେ ପୁଡୁଚେରୀ ଏବଂ ଶ୍ରୀହରିକୋଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ମେନ-ଣ୍ଡୋସ
ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ରହିଛି ବାତ୍ୟା ମେନ-ଣ୍ଡୋସ । ଗତ ୬ ଘଂଟା ମଧ୍ୟରେ ଘଂଟାପ୍ରତି ୧୧ କି.ମି. ବେଗରେ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ମେନ-ଣ୍ଡୋସ । ଆସନ୍ତାକାଲି ମଧ୍ୟ ରାତ୍ରିରେ ଏହା ପୁଡୁଚେରୀ ଏବଂ ଶ୍ରୀହରିକୋଟା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୬୫ ରୁ ୭୫ କି.ମି. ତଥା ସର୍ବାଧିକ ୮୫ କି.ମି. ଯାଏଁ ରହିବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ପୁଡ୍ଡୁଚେରୀରେ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
