ମୋଟର ଭେଇକିଲ ନିୟମ ଉଲଙ୍ଘନ ଅପରାଧରେ କନ୍ଧମାଳ ପୋଲିସ ୨୫ ଜଣଙ୍କ ଠାରୁ ଆଦାୟ କଲା ଜୋରିମାନା
ଭୁବନେଶ୍ୱର : ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୩୩୯ଟି ଗାଡି ଚେକିଂ କରି ୫ ଜଣଙ୍କ ଡିଏଲ କ୍ୟାନ୍ସେଲ୍ କରାଯିବା ସହିତ ୨୫ ଜଣଙ୍କ ଠାରୁ ୧୫ ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଜିଲ୍ଲାରେ ୧ ଜଣଙ୍କ ନାମରେ ଅବକାରୀ ମାମଲା ରୁଜୁ କରାଯିବା ସହ ୭ ଲିଟର ଦେଶୀ ମଦ ଜବତ କରିବା ସହିତ ୧ ଜଣଙ୍କ ନାମରେ ନୋଟିସ ଜାରି କରାଯାଇଅଛି ବୋଲି ଏ ସଂପର୍କରେ କନ୍ଧମାଳ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦେଇଛନ୍ତି ।
