ଉଷା ପାଢ଼ୀଙ୍କୁ ଦକ୍ଷତା ବିକାଶ , ପରିବହନ ବିଭାଗ ଦାୟିତ୍ୱ
ଭୁବନେଶ୍ୱର : ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ଏହାସହ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱରେ ରହିବେ ଶ୍ରୀମତୀ ପାଢୀ । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଶ୍ରୀମତୀ ପାଢୀଙ୍କୁ ଶୁକ୍ରବାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ମିଳିଛି । ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି । ତେବେ ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ । ସେହିପରି ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠୁ ବାଣିଜ୍ୟ ଓ ପରିବହନ ବିଭାଗ କାଢ଼ି ନିଆଯାଇଛି । ବର୍ତମାନ ଶ୍ରୀ ସେଠୀ କେବଳ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱରେ ରହିବେ ।
