୩୭ ତମ ଇଣ୍ଡିଆନ ଆସୋସିଏସନ ଅଫ ଟୁର ଅପରେଟରଙ୍କ ବାର୍ଷିକ କନଭେନସନ ଓ ଟ୍ରାଭେଲ ମାର୍ଟର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର
ଭୁବନେଶ୍ୱର : ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌ ଠାରେ ୩୭ ତମ ଇଣ୍ଡିଆନ ଆସୋସିଏସନ ଅଫ ଟୁର ଅପରେଟରଙ୍କ ବାର୍ଷିକ କନଭେନସନ ଓ ଟ୍ରାଭେଲ ମାର୍ଟର ଉଦଘାଟନ କାର୍ଯ୍ୟକ୍ରମ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ରଙ୍କ ଉପସ୍ଥିତିରେ ହୋଇଛି । ଏହି ଅବସରରରେ ଉତ୍ତର ପ୍ରଦେଶର ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ଅସୀମ ଅରୁଣ, କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟର ସଚିବ ଅରବିନ୍ଦ ସିଂହ ମଧ୍ୟ ଉପସ୍ଥିତ ଥିଲେ । ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
