ଗତ ୨୪ ଘଣ୍ଟାରେ ମୟୁରଭଞ୍ଜ ପୋଲିସ ଦ୍ୱାରା ୯୪ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲା ପୋଲିସ ମୟୁରଭଞ୍ଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୯୪ ହଜାର ୫ ଶହ ଟଙ୍କା ଜୋରିମାନା ଆଦାୟ କରିଛି । ଗାଡି ଚେକିଂ ବେଳେ ୩ ଜଣ ନିୟମ ଉଲଙ୍ଘନ କରୀଙ୍କର ଡ୍ରାଇଭିଂ ଲାଇସେନ୍ସ କରାଯାଇଛି । ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ ୩ ଜଣଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରେ ୮ ଜଣଙ୍କ ନାମରେ ୮ ଗୋଟି ଅବକାରୀ ମାମଲା ରୁଜୁ କରାଯାଇଛି ବୋଲି ଏ ସଂପର୍କରେ ମୟୁରଭଞ୍ଜ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
