ଦଳ ବିରୋଧୀ ମନ୍ତବ୍ୟକୁ ନେଇ ଦୁଇ କଂଗ୍ରେସ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର : ପଦ୍ମପୁର ଉପ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ବକ୍ତବ୍ୟ ଦେଇ ଥିବା ଦୁଇ କଂଗ୍ରେସ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବା ଜଣା ପଡିଛି । ବିଧାୟକ ସୁରେଶ ରାଉତରାୟ ଓ ମହମ୍ମଦ ମୋକିମଙ୍କୁ ଦଳୀୟ ବିଶୃଙ୍ଖଳା ପାଇଁ କଂଗ୍ରେସ ତରଫରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ଉଭୟଙ୍କୁ ୭ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଦୁଇ ବିଧାୟକ ଗତ ପଦ୍ମପୁର ନିର୍ବାଚନରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନକୁ ନେଇ ଦଳ ବିରୋଧୀ ମନ୍ତବ୍ୟ ଦେଇଥିଲେ ।
