ରାଜ୍ୟରେ କରୋନା ନେଲା ଆଉ ୪୩ ଜୀବନ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୬ହଜାର ୦୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୫ ଜଣ ରହିଥିବା ବେଳେ ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡ ଜିଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ, ବଲାଙ୍ଗୀର, ବୌଦ୍ଧ ଜିଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ଅନ୍ୟପକ୍ଷରେ ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୩୧,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୫୬,୬୪୧ ଜଣ ସୁସ୍ଥ ହୋଇଥିବା ବେଳେ ୭୧,୩୧୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩୧୨୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
