ଆଜିର ଭାଗ୍ୟଫଳ (ମଙ୍ଗଳବାର, ୨୭/୧୨/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ….
ଆଜି ୨୦୨୨ ଡିସେମ୍ବର ୨୭ତାରିଖ । ମଙ୍ଗଳବାର । ଧନୁ ମାସ ୧୨ଦିନ । ପୌଷ ମାସ । ଶୁକ୍ଳ ପକ୍ଷ। ପଞ୍ଚମୀ ତିଥି । ଧନିଷ୍ଠା ନକ୍ଷତ୍ର ଦିବା ୨ଟା ୨୭ମିନିଟ୍ ପରେ ଶତଭିଷା ନକ୍ଷତ୍ର । କୁମ୍ଭରାଶିରେ ଚନ୍ଦ୍ର । ବଜ୍ରଯୋଗ ସନ୍ଧ୍ୟା ୫ଟା ୨୬ମିନିଟ୍ ପରେ ସିଦ୍ଧିଯୋଗ । ବବକରଣ ଦିବା ୧୨ଟା ୧୧ମିନିଟ୍ ପରେ ବାଳବ କରଣ । ମକର ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ରାତି ୧୦ଟା ୫୩ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୧୦ଟା ୫୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୪ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୨ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ରାତ୍ରି ୮ଟା ୨୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୪ମିନିଟ୍ ରୁ ୭ଟା ୫ମିନିଟ୍, ସକାଳ ୯ଟା ୬ମିନିଟ୍ ରୁ ୧୧ଟା ୨୪ମିନିଟ୍, ସନ୍ଧ୍ୟା ୫ଟା ୧୨ମିନିଟ୍ ରୁ ୬ଟା ୪୯ମିନିଟ୍, ରାତ୍ର ୮ଟା ୩୦ମିନିଟ୍ ରୁ ୮ଟା ୪୨ମିନିଟ୍, ରାତ୍ର ୯ଟା ୩୬ମିନିଟ୍ ରୁ ୧୨ଟା ୧୩ମିନିଟ୍, ରାତ୍ର ୨ଟା ରୁ ୩ଟା ୪୪ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ୬ଟା ୨୨ମିନିଟ୍ । ପର୍ବଦିନ- ବରଗଡରେ ପ୍ରସିଦ୍ଧ ଧନୁ ଯାତ୍ରା ଆରମ୍ଭ ।
ମେଷ- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।
ବୃଷ- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ସତର୍କ ରୁହନ୍ତୁ । କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।
ମିଥୁନ- ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।
କର୍କଟ-ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।
ସିଂହ- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।
କନ୍ୟା- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।
ତୁଳା- ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟ ଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ ।
ବିଛା- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।
ଧନୁ- ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।
ମକର- ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।
କୁମ୍ଭ- ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।
ମୀନ- ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
