ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୪ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୬ହଜାର ୦୯୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ଜଣ ଥିବାବେଳେ ଅନୁଗୁଳ, ବରଗଡ଼, କଟକ, ଝାରସୁଗୁଡ଼ା ଜିଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ଏବଂ ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୮,୩୭,୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭,୬୪,୬୭୩ ଜଣ ସୁସ୍ଥ ହୋଇଥିବା ବେଳେ ୬୯,୩୩୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩୧୬୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
