ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ
ବଲାଙ୍ଗିର : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଧାର୍ଯ୍ୟ କରାଯାଇଛି ତଦନୁସାରେ ଡିସେମ୍ବର ମାସ ୫ ତାରିଖ ସକାଳ ୧୦ଟା ୩୦ ମିନିଟ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ, ୧୨ ତାରିଖରେ ତୁରେକେଲା ବ୍ଲକ ଅନ୍ତର୍ଗତ ମହଖଣ୍ଡ ଗ୍ରାମପଂଚାୟତ କାର୍ଯ୍ୟାଳୟ ଠାରେ, ୧୯ ତାରିଖରେ ଦେଓଗାଁ ବ୍ଲକ ଅନ୍ତର୍ଗତ ଡୁମେରପିଟା ଗ୍ରାମପଂଚାୟତ କାର୍ଯ୍ୟାଳୟ ଠାରେ ଓ ୨୬ ତାରିଖରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମପଂଚାୟତ କାର୍ଯ୍ୟଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସମ୍ପୃକ୍ତ ଅଂଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଂଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଂଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।
