ବନ୍ତ ବ୍ଲକ୍ରେ ଅନୁଷ୍ଠିତ ହେଲା ମିଳିତ ଜନ ଶୁଣାଣି ଶିବିର
ଭଦ୍ରକ : ଚଳିତ ମାସର ତୃତୀୟ ମିଳିତ ଜନଶୁଣାଣି ଶିବିର ଆଜି ସୋମବାର ଦିନ ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଅତିରିକ୍ତ ଜିଲାପାଳ ରାମଦାସ ଟୁଡ଼ୁ ଏବଂ ଏସ୍.ପି. ବରୁଣ ଗୁଣ୍ଟୁପାଲି ଏହି ଶିବିରରେ ଯୋଗ ଦେଇ ସମୁଦାୟ ୪୭ଟି ଅଭିଯୋଗର ଶୁଣାଣି କରିଥିଲେ । ସେଥି ମଧ୍ୟରେ ୪୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଅଭିଯୋଗ ଥିଲା ବେଳେ ୪ଟି ସାମୂହିକ ସମସ୍ୟା ଭିତ୍ତିକ ଥିଲା ।
ଭଦ୍ରକ ଜିଲାପରିଷଦ ସଭାପତି ପ୍ରଫୁଲ୍ଲ କୁମାର ଜେନା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରତାପ ପ୍ରୀତିମୟ, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ, ଉପଜିଲ୍ଲାପାଳ ମନୋଜ ପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ସନ୍ତୋଷ କୁମାର ପାତ୍ର, ବନ୍ତ ବି.ଡ଼ି.ଓ. ପି.କେ.ସେଠୀ, ଏ.ବି.ଡ଼ି.ଓ. ନିଶିକାନ୍ତ ଖୁଣ୍ଟିଆ ପ୍ରମୁଖ ଏହି ଶିବିରରେ ଯୋଗ ଦେଇଥିଲେ । ଜିଲାସ୍ତରୀୟ ତଥା ଉକ୍ତ ବ୍ଲକ ସ୍ତରୀୟ ଅଧିକାରୀମାନେ ଏହି ଶିବିରରେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।
