ଦାନଗଦୀ ବ୍ଲକରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଯାଜପୁର : ଦାନଗଦୀ ବ୍ଳ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଳ୍ାପାଳ ଚଳ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଅଭିଯୋଗକାରୀଙ୍କ ସମସ୍ୟା ଗୁଡିକୁ ତ୍ୱରିତ ବେଗରେ ସମାଧାନ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଅଧିକାରୀ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୨୭ଗୋଟି ଅଭିଯୋଗ ମଧ୍ୟରୁ ୨୪ଗୋଟି ବ୍ୟକ୍ତିଗତ,୩ଗୋଟି ସାମୁହିକ, ୩ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୨ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍କ୍ଷଣାତ୍ ୬ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ଜାନୁୟାରୀ ୩୦ତାରିଖ ସୋମବାର ରସୁଲପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତିାଏହି ଶିବିରରେ ଆରକ୍ଷୀ ଅଧିକ୍ଷକଭିନିତ ଅଗ୍ରୱାଲ, ଅତିରିକ୍ତ , କଳିଙ୍ଗନଗର ସନ୍ତୋଷ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଯାଜପୁର ଅଶୋକ କୁମାର ବେଉରିଆ, ଦାନଗଦୀ ବି.ଡି.ଓ. ମଣି ପ୍ରସାଦ ମିଶ୍ର, ଦାନଗଦୀ ତହସିଲଦାର ନମ୍ରତା ମୋଦି, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଶ୍ରୀମତୀ ତିଳୋତ୍ତମା ପୃଷ୍ଟି ଏବଂ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
(ଫଟୋ)
