ଧର୍ମଶାଳା ବ୍ଳ୍କରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଯାଜପୁର : ଧର୍ମଶାଳା ବ୍ଳ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଲାପାଳ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଅଭିଯୋଗକାରୀଙ୍କ ସମସ୍ୟା ଗୁଡିକୁ ତ୍ୱରିତ ବେଗରେ ସମାଧାନ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଅଧିକାରୀ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୯୪ ଗୋଟି ଅଭିଯୋଗ ମଧ୍ୟରୁ୮୯ ଗୋଟି ବ୍ୟକ୍ତିଗତ, ୫ ଗୋଟି ସାମୁହିକ, ୯ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପାଇଁ ୧୧ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍କ୍ଷଣାତ୍ ୨୫ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ଜାନୁୟାରୀ ୨୪ତାରିଖ ମଙ୍ଗଳବାର ଦାନଗଦୀ ବ୍ଳ୍କ କାର୍ଯ୍ୟାଳୟ ଠାରେ ଏବଂ ୩୦ ତାରିଖ ସୋମବାର ରସୁଲପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଳ୍ାପାଳ ଚକ୍ରୱର୍ତ୍ତି ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତିାଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଳ୍ାପାଳ ଶ୍ରୀ ଦୁଃଖବନ୍ଧୁ ନାୟକ, ମୁଖ୍ୟ ଊନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଳ୍ାପରିଷଦ, ଯାଜପୁର ଶ୍ରୀ ଅଶୋକ କୁମାର ବେଊରିଆ, ଜିଲ୍ଳ୍ା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଶ୍ରୀମତୀ ତିଳୋତ୍ତମା ପୃଷ୍ଟି, ଧର୍ମଶାଳା ତହସିଲଦାର ଶ୍ରୀ ସ୍ୱାଗତ ଦାସ, ଧର୍ମଶାଳା ବି.ଡି.ଓ. ଏବଂ ଜିଲ୍ଳ୍ାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
