ଅଶୋଧିତ ତୈଳ ମୂଲ୍ୟରେ ବଡ଼ ଧରଣର ହ୍ରାସ; ୭୨ ଦିନ ହେବ ପେଟ୍ରୋଲ-ଡିଜେଲ ଦର ଅପରିବର୍ତ୍ତିତ
ନୂଆଦିଲ୍ଲୀ : ଅଶୋଧିତ ତୈଳ ମୂଲ୍ୟରେ ବଡ଼ ଧରଣର ହ୍ରାସ। ଆଜି ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ମଙ୍ଗଳବାର ଲଗାତର ୭୨ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଅନ୍ୟପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୯୯.୭୪ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୩.୬୭ ଡଲାରରେ ପହଞ୍ଚିଛି ।
ଇଣ୍ଡିଆନ ଅଏଲ କୋର୍ପୋରେଶନ (ଆଇଓସି) ଅନୁଯାୟୀ, ଆଜି ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ଆଜି ପୁଣି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ ଘଟିଛି । ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୦୧ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା । ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୫୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୧୦୩.୧୧ ଟଙ୍କା ଥିଲା ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍ :
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆରଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ :- https://iocl.com/Products/PetrolDieselPrices.aspx
ସୂଚନା ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
