ଗତ ୨୪ ଘଣ୍ଟାରେ ମୟୁରଭଞ୍ଜ ପୋଲିସ ଦ୍ୱାରା ୭୭ ହଜାରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ମୟୁରଭଞ୍ଜ : ଗତ ୨୪ ଘଣ୍ଟା ମଧ୍ୟରେ ମୟୁରଭଂଜ ଜିଲ୍ଲା ପୋଲିସ ମୟୁରଭଂଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୭୭ ହଜାର ୨୦୦ ଟଙ୍କା ଜୋରିମାନା ଆଦାୟ କରିଛି । ଏହା ସହିତ ଗାଡି ଚେକିଂ ବେଳେ ୩ ଜଣ ନିୟମ ଉଲଙ୍ଘନ କାରୀଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇଅଛି । ଜିଲ୍ଲାରୁ ୩ ଜଣ ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ ସେମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରେ ୯ ଜଣଙ୍କ ନାମରେ ୯ ଗୋଟି ଅବକାରୀ ମାମଲା ରୁଜୁ କରାଯାଇଛି ବୋଲି ଏ ସଂପର୍କରେ ମୟୁରଭଞ୍ଜ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
