ଆଜି ରାଜ୍ୟ ବିଜେପିର ପଦାଧିକାରୀ ବୈଠକ
ଭୁବନେଶ୍ୱର : ଆଜି ରାଜ୍ୟ ବିଜେପିର ପଦାଧିକାରୀ ବୈଠକ ବସିବ । ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ରାଜ୍ୟ ସରକାରଙ୍କ କ୍ରମାଗତ ଅବହେଳା ବେକାରୀ, ଚାଷୀ ମରଣ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା ଭଳି ପ୍ରସଙ୍ଗକୁ ନେଇ ଗୁରୁତର ସହିତ ଚର୍ଚ୍ଚା ଆଲୋଚନା ହେବ ।
ସେହିପରି ବୁଧବାର ଦିନ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ ।
