ଓଡ଼ିଶାରେ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି ଯେ,
ଗୁଣାତ୍ମକ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ଦେବା ଜାରି ରଖିଛନ୍ତି ।
ଓଡ଼ିଶାରେ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ଭିତ୍ତିଭୂମି ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ । ଏକ ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ପାଇଁ ଶକ୍ତ ସ୍ୱାସ୍ଥ୍ୟସେବା ପାଇଁ ତାଙ୍କ ସରକାର ସଂକଳ୍ପବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
