ଆଜି ଠାରୁ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ
ଭୁବନେଶ୍ୱର : କରୋନା ସଂକ୍ରମଣ ବୃଦ୍ଧି ହେଉଥିବାରୁ ରାଜ୍ୟରେ ସୋମବାର ଠାରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ । ହଷ୍ଟେଲଗୁଡିକ ମଧ୍ୟ ବନ୍ଦ କରାଯାଇଛି । ଶିକ୍ଷାନୁଷ୍ଠାନରେ ଚାଲୁଥିବା ସମସ୍ତ ଅଫ୍ ଲାଇନ୍ ପରୀକ୍ଷା ନିର୍ଦ୍ଧାରିତ ସୂଚୀ ଅନୁଯାୟୀ କୋଭିଡ କଟକଣା ମଧ୍ୟରେ ଚାଲିବ ।
ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ କ୍ଲାସରୁମ ଥିଓରି କିମ୍ବା ପ୍ରାକ୍ଟିକାଲ ପାଠପଢା ବନ୍ଦ ରହିବ । ଅନ୍ ଲାଇନ୍ ପାଠପଢା ଚାଲିବ । ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଦୈନିକ କାର୍ଯ୍ୟ ଚାଲିବ । କର୍ମଚାରୀଙ୍କ ପାଇଁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ବିଶ୍ୱ ବିଦ୍ୟାଳୟ, ବୈଷୟିକ ଶିକ୍ଷାନୁଷ୍ଠାନ ଓ କଲେଜର ଶିକ୍ଷକ କର୍ମଚାରୀମାନେ କାର୍ଯ୍ୟ କରିବେ । ଉଚ୍ଚ ଶିକ୍ଷାନୁଷ୍ଠାନ ସମେତ ରାଜ୍ୟର ସମସ୍ତ କୋଚିଂ ସେଣ୍ଟର ମଧ୍ୟ ବନ୍ଦ ରହିବ । ଭର୍ଚୁଆଲ ତଥା ଅନ୍ ଲାଇନ ପାଠପଢା ଜାରି ରଖିପାରିବେ ।
