ଜାଭିୟର୍ସ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ
କଟକ : ସିଡିଏ ସେକ୍ଟର ୬ନଂ ସ୍ଥିତ ସେଣ୍ଟ ଜାଭିୟର୍ସ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅଧ୍ୟକ୍ଷ ସୁବ୍ରତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବରେ ବିଜେଡି କଟକ ମହାନଗର ଉପସଭାପତି ବିନୋଦ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦ୍ୱୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ । ଆଜିର ଦିନରେ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଆଡେ କ୍ରୀଡାର ବିକାଶକୁ ସରକାର ପ୍ରାଧାନ୍ୟ ଦେଇ ଆସୁଛନ୍ତି । କ୍ରୀଡା ଦ୍ୱାରା ମଣିଷ ସୁସ୍ଥ, ସତେଜ ରହିବା ସହ ଶାରୀରିକ ଓ ମାନସିକ ସ୍ତରରେ ମଧ୍ୟ ସୁସ୍ଥ ରହିଥାଏ । କ୍ରୀଡାର ବିକାଶରେ ଦେଶର ବିକାଶ ସମ୍ଭବ ହୋଇଥାଏ ବୋଲି ମୁଖ୍ୟ ଅତିଥି ଶ୍ରୀ ପଣ୍ଡା ମତବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ କ୍ରୀଡା ପ୍ରତିଯୋଗିତାର ଆୟୋଜନ କରାଯାଇଥିବା ବେଳେ ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅଭିଭାବକ ଓ ସ୍କୁଲର ସମସ୍ତ କର୍ମକର୍ତ୍ତାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ ।
