ଦେଶରେ ଆଉ ୧୮୦ କରୋନା ସଂକ୍ରମିତ ଚିହ୍ନଟ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୦
ନୂଆଦିଲ୍ଲୀ : ଦେଶରେ କୋଭିଡ୍ ସ୍ଥିତି ଏକପ୍ରକାର ନିୟନ୍ତ୍ରଣାଧୀନ ରହିଛି । ଏହି ପରିପ୍ରେକ୍ଷୀରେ ଶନିବାର ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦ରୁ କମ୍ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୦ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୫,୭୯୯ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବା ବେଳେ ଦେଶରେ କୋଭିଡ୍-୧୯ଜନିତ ମୋଟ ମୃତ୍ୟୁ ସଂଖ୍ୟା ୫,୩୦,୭୬୪ରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୨,୯୪୫ (ସୁସ୍ଥତା ହାର ୯୮.୮୧%) ରହିଛି। ଏଥିସହିତ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୦କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୩,୭୪,୮୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ସେହିପରି ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନରେ ଗତକାଲି ୧,୦୬,୧୨୬ଟି ନମୁନା ପରୀକ୍ଷା କରାଯାଇଛି ।
