ଦେଶରେ ଆଉ ୨୦,୨୭୯ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୬ ମୃତ
ନୂଆଦିଲ୍ଲୀ : ଦେଶରେ ପୁଣି ବଢିଛି କରୋନା ସଂକ୍ରମଣ। ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬ ଜଣଙ୍କର ମୃତ୍ୟୁ ରହିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ୨୪ ଘଣ୍ଟାରେ ୨୦,୨୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଭାରତରେ ସମୁଦାୟ କରୋନା ମାମଲା ୪,୩୮,୮୮,୪୫୫କୁ ବୃଦ୍ଧି ପାଇଛି । କୋଭିଡ୍-୧୯ରୁ ଏଯାବତ୍ ୪,୩୨,୧୦,୫୨୨ ରୋଗୀ ସୁସ୍ଥ ହୋଇଛନ୍ତି । ସକ୍ରିୟ ମାମଲା ୧,୫୨,୨୦୦କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟାରେ ଆଉ ୧୮,୧୪୩ ରୋଗୀଙ୍କୁ ଡିସଚାର୍ଜ କରାଯାଇଛି। ଦେଶରେ କୋଭିଡ୍ ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୦୩୩ରେ ପହଞ୍ଚିଛି। ଦେଶରେ ଏଯାବତ୍ ୨୦୧ କୋଟିରୁ ଉର୍ଦ୍ଧ୍ବ ଡୋଜ୍ ଟିକା ଦିଆଯାଇଛି ।
