ଦେଶରେ ଆଉ ୨,୪୩୦ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ କରୋନାର ନୁଆ ମାମଲା ଅଳ୍ପ କମିବାର ଲକ୍ଷ୍ୟ କରାଯାଉଛି । ଶନିବାର ସକାଳ ୮ଟା ସୁଦ୍ଧା ପୁରା ଦେଶରେ ସମୁଦାୟ ୨ ହଜାର ୪୩୦ ଜଣ ନୂଆ ରୋଗୀ ସାମନାକୁ ଆସିଛି । ଏହି ସମୟ ମଧ୍ୟରେ କରୋନାରୁ ଆରୋଗ୍ୟ ହୋଇ ଫେରିଥିବା ଲୋକଙ୍କ ସଂଖ୍ୟା ୨,୩୭୮ ଜଣ ରେକର୍ଡକୁ ଆସିଛି ।
କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମୁତାବକ ଶନିବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୪୦ ଲକ୍ଷ ୭୦ ହଜାର ୯୩୫ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । କରୋନାର ରିକଭରି ରେଟ ୯୮.୭୬ ପ୍ରତିଶତ ଅଛି । ଦେଶରେ ଆକ୍ଟିଭ ରୋଗୀଙ୍କ ସଂଖ୍ୟା ଆଜିସୁଦ୍ଧା ସମୁଦାୟ ୨୬ ହଜାର ୬୧୮ ରେ ପହଂଚିଛି । ପ୍ରତିଦିନ ସଂକ୍ରମଣ ଦର ୧.୦୧ ପ୍ରତିଶତ ଅଛି । ଗତ ୨୪ ଘଂଟାରେ ୨ ଲକ୍ଷ ୪୧ ହଜାର ଟେଷ୍ଟ କରାଯାଇଅଛି ।
