ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆସନ୍ତାକାଲି ଠାରୁ ୩ ଦିନ ବର୍ଷିବ
ଭୁବନେଶ୍ୱର : ଚଳିତ ମୌସୁମୀ ଋତୁରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ସପ୍ତମ ଲଘୁଚାପ କ୍ଷେତ୍ର। ଏହା ଆସନ୍ତାକାଲି ତଥା ସେପ୍ଟେମ୍ୱର ୧୧ ବେଳକୁ ଉତ୍ତର ତତ-ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଛି । ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବାର ପୂର୍ବାନୁମାନ ମଧ୍ୟ ରହିଛି । ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।
#୧୧ସେପ୍ଟେମ୍ବର ବେଳକୁ #ଉତ୍ତରବଙ୍ଗୋପସାଗର ତତ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଚଳିତ #ମୌସୁମୀ ଋତୁରେ ସୃଷ୍ଟି ହେବାକୁ ଯାଉଛି ସପ୍ତମ ଲଘୁଚାପ କ୍ଷେତ୍ର | ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର #୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ପୂର୍ବାନୁମାନ ରହିଛି | #Monsoon2021
— Meteorological Centre, Bhubaneswar (@mcbbsr) September 9, 2021
▶️#Link: https://t.co/6BX4AlNppt pic.twitter.com/EIAhFxoiXt
ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଙ୍ଗଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ବହିବ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ମଝିରେ ମଝିରେ ଝଟକା ପବନର ବେଗ ୬୦ କିମି ରହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ଏହାକୁ ଦୃଷ୍ଟିରେ ରଖି ୧୨ ଓ ୧୩ ତାରିଖ ଭିତରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି।
