ଟଳିଲା ବାତ୍ୟା ବିପଦ, ୧୭ ଯାଏଁ ବର୍ଷା
ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୩ଦିନ ବର୍ଷା ଲାଗି ରହିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏଥିସହିତ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
#Warning for Day-1 to Day-4
— Meteorological Centre, Bhubaneswar (@mcbbsr) October 14, 2021
No Warning for Day-5 pic.twitter.com/haF4xyrUcY
ଅକ୍ଟୋବର ୧୪ରୁ ୧୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢ଼େଙ୍କାନାଳରେ କାଳବୈଶାଖୀ ସମ୍ଭାବନା ରହିଛି। ୧୫ରୁ ୧୬ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ସହିତ ଆଉ କିଛି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
