ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲାରେ ଅଭିଯୁକ୍ତକୁ ଜାମିନ
କଟକ : ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବା ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ମିଳିଛି । ଆଜି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଅଭିଯୁକ୍ତ ଅନିମେଶ ଚକ୍ରବର୍ତୀଙ୍କୁ ଭବିଷ୍ୟତରେ ଏଭଳି ନ କରିବା ଲାଗି ତାଙ୍କୁ ତାଗିଦ କରିବା ସହ ଜାମିନ ପ୍ରଦାନ କରିଛନ୍ତି । ଉଲ୍ଲେଖଯୋଗ୍ୟ, ଗତ ଜାନୁଆରି ୧୮ ତାରିଖ ଦିନ ଅନିମେଶ ଚକ୍ରବର୍ତୀଙ୍କୁ ପୁଲିସ ଗିରଫ କରିଥିଲା । ସିଟି ଡିଏସପି କେକେ ହରିପ୍ରସାଦଙ୍କ ନେତୃତ୍ୱରେ ଚଢ଼ଉ କରାଯାଇ ଅନିମେଶଙ୍କୁ ଗିରଫ କରାଯାଇଥିଲା । ନୋ ଫ୍ଲାଇଂ ଜୋନରେ ଡ୍ରୋନ୍ ଉଡ଼ାଇ ଶ୍ରୀମନ୍ଦିର ଭିତରବେଢ଼ାର ଫଟୋ ଭିଡ଼ିଓ ଅନିମେଶ ନିଜ ୟୁନିଫାଏଡ୍ ଅନିମେଶ ନାଁରେ ଏକ ୟୁ-ଟ୍ୟୁବ ଚ୍ୟାନେଲରେ ଗତ ବର୍ଷ ନଭେମ୍ବର ୧୯ ତାରିଖରେ ଅପଲୋଡ୍ କରିଥିଲେ । ଏପରିକି ଭିଡିଓର ଗୋଟିଏ ଫୁଟେଜ ନେଇ ୨୦ ହଜାର ଟଙ୍କା ଦାବି କରିଥିଲେ । ପରେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହେବା ପରେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଘଟଣାର ତଦନ୍ତ ଆରମ୍ଭ କରିଥିଲା
