ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ୱର ସାଂସଦ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଶ୍ରୀମତୀ ଷଡଙ୍ଗୀ ଟୁଇଟ୍ କରି ଲେଖିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରି ସ୍ୱାସ୍ଥ୍ୟ ଶିବିର ଓ ନିଜ ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି । ଏହା ସହ ଭୁବନେଶ୍ୱରରେ ଟାଟା କ୍ୟାନସର ହସ୍ପିଟାଲ ଅନୁମତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ରାଜ୍ୟର ୩୭୫ ଜନଔଷଧି କେନ୍ଦ୍ର ନେଇ ଆଲୋଚନା କରିବା ସହ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ଆଶୀର୍ବାଦ ଭିକ୍ଷା କରିଥିବା କହିଛନ୍ତି ଅପରାଜିତା ।
