ସପ୍ତାହକୁ ଚାରିଦିନ ଚାଲିବ ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ
ଭୁବନେଶ୍ୱର : ଜୁଲାଇ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ୧୪ ଜୁଲାଇ ପର୍ଯ୍ୟନ୍ତ ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତି ନିଆଯାଇଛି । କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ପାଇଁ ଏହି ନିଷ୍ପତି ନିଆଯାଇଛି ।
୦୨୮୨୩ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ୱରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନ ମାନଙ୍କରେ ବାତିଲ ରହିବ । ୦୨୮୨୪ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନ ମାନଙ୍କରେ ବାତିଲ ରହିବ । ୦୨୮୨୫/୦୨୮୨୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଆଦ୍ରଓ ଭୁବନେଶ୍ୱରରୁ ରବିବାର ଏବଂ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଏବଂ ଶୁକ୍ରବାର ଦିନ ଚଳାଚଳ କରିବ । ୦୨୮୫୫/୦୨୮୫୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ୱରରୁ ୩ ଓ ୧୦ ଜୁଲାଇ (ଶନିବାର) ଏବଂ ନୂଆଦିଲ୍ଲୀରୁ ୪ ଓ ୧୧ ଜୁଲାଇ, ୨୦୨୧ ତାରିଖ (ରବିବାର) ଦିନ ବାତିଲ ରହିବ ।
